ମାଲକାନଗିରି ଜିଲ୍ଲାରେ ୨ ଦିନ ହେବ ଲାଗିରହିଛି ବର୍ଷା, ରାସ୍ତା ବୁଡ଼ିବାରୁ ଯୋଗାଯୋଗ ବିଛିନ୍ନ

ମାଲକାନଗିରି : ମାଲକାନଗିରି ଜିଲ୍ଲାରେ ଗତ ୨ ଦିନ ହେବ ବର୍ଷା ଲାଗି ରହିଛି। ଏଥିଯୋଗୁ ବିଭିନ୍ନ ନଦୀରେ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ମୋଟୁ ସୀମାନ୍ତରେ ଥିବା ସାବାରୁ ଓ ସିଲରୁ ନଦୀରେ ଜଳସ୍ତର ବୃଦ୍ଧି ପାଇଛି। ଯାହଫଳରେ ଆନ୍ଧ୍ର ଓ ଛତିଶଗଡ଼କୁ ସଂଯୋଗ କରୁଥିବା କାଲୁର ବ୍ରିଜ ନିକଟରେ ଥିବା ରାସ୍ତା ଗୁଡ଼ିକ ବୁଡ଼ିକି ରହିଛି। ଫଳରେ ଯାତାୟତ ବାଧାପ୍ରାପ୍ତ ହୋଇଛି।

ରାସ୍ତା ଉପରେ ପାଣି ଚାଲୁଥିବାରୁ ଛତିଶଗଡ଼ ଓ ଆନ୍ଧ୍ରକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। ଉଭୟ ପାର୍ଶ୍ୱରେ ଗାଡ଼ିମଟର ଗୁଡିକ ଅଟକି ରହିଛି।

ଲଗାଣ ବର୍ଷା ଯୋଗୁ ଗୋଦାବରୀ ନଦୀ ଦ୍ୱିତୀୟ ବିପଦ ସଙ୍କେତ ଉପରେ ରହିଛି। ମାଲକାନଗିରି ଜିଲ୍ଲାର ଛୋଟ ବଡ଼ ନଦୀ ଗୁଡିକର ଜଳସ୍ତର ମଧ୍ୟ ବୃଦ୍ଧି ପାଇଥିବାରୁ ପ୍ରଶାସନ ପକ୍ଷରୁ ନଜର ରଖାଯାଇଛି।

ଏବେବି ମାଲକାନଗିରି ଜିଲ୍ଲାରେ ବର୍ଷା ଲାଗି ରହିଛି। ଗତକାଲି ମାଲକାନଗିରି ଜିଲ୍ଲାରେ ୯୭.୭୪ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।

Leave a Reply

Your email address will not be published. Required fields are marked *