ଭୀମଭୋଇ ମେଡିକାଲ କଲେଜ ହଷ୍ଟେଲ ଛାତରୁ ପଡ଼ି ଜଣେ ଡାକ୍ତରୀ ଛାତ୍ରଙ୍କ ମୃତ୍ୟୁ
ବଲାଙ୍ଗିର : ବଲାଙ୍ଗିର ସ୍ଥିତ ଭୀମଭୋଇ ମେଡିକାଲ କଲେଜ ଓ ହସ୍ପିଟାଲରେ ଆଜି ଘଟିଛି ଏକ ଦୁଃଖଦ ଘଟଣା । ମେଡିକାଲ୍ କଲେଜ ହଷ୍ଟେଲ ଛାତରୁ ପଡ଼ି ଜଣେ ଡାକ୍ତରୀ ଛାତ୍ରଙ୍କ ମୃତ୍ୟୁ ଘଟିଛି । ସେ ଏମ୍ବିବିଏସ୍ ପ୍ରଥମ ବର୍ଷର ଛାତ୍ର ଥିଲେ। ତାଙ୍କ ନାଁ ନିଶାନ୍ତ କୁମାର। ତାଙ୍କ ଘର ହରିଆଣାରେ ।
ନିଶାନ୍ତ କଲେଜର ନ୍ୟୁ ବଏଜ ହଷ୍ଟେଲରେ ରହୁଥିଲେ। ମିଳିଥିବା ସୂଚନା ଅନୁଯାୟୀ, ଆଜି ସେ ମଧ୍ୟାହ୍ଣ ଭୋଜନ କରିବା ପରେ ଛାତ ଉପରକୁ ଯାଇଥିଲେ। କିନ୍ତୁ ସେଠାରେ କ’ଣ ଘଟିଲା, ସେ କେମିତି ଛାତରୁ ପଡ଼ିଗଲେ, ତାହା କେହି ଜାଣି ନାହାନ୍ତି। ନିଶାନ୍ତଙ୍କୁ ସଙ୍ଗେ ସଙ୍ଗେ ଉଦ୍ଧାର କରି ଭୀମଭୋଇ ମେଡିକାଲ୍ କଲେଜ ଓ ହସ୍ପିଟାଲକୁ ନିଆଯାଇଥିଲା। ତେବେ ଡାକ୍ତର ତାଙ୍କୁ ସେଠାରେ ମୃତ ଘୋଷଣା କରିଥିଲେ।