ନୂଆପଡ଼ା ଜିଲ୍ଲା ଖଡ଼ିଆଳ ଥାନା ୩୫୩ ନମ୍ବର ଜାତୀୟ ରାଜପଥ ବଡ଼ମହେଶ୍ୱର ଗ୍ରାମ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ; ୨ ଜଣଙ୍କ ମୃତ୍ୟୁ

ନୂଆପଡ଼ା ଜିଲ୍ଲା ୩୫୩ ଜାତୀୟ ରାଜପଥ ବଡ ମହେଶ୍ୱର ଛକଠାରେ ଗତକାଲି ବିଳମ୍ବିତ ରାତିରେ ସଡ଼କ ଦୁର୍ଘଟଣା ଘଟିଛି। ଅଜଣାଗାଡ଼ି ଧକ୍କାରେ ଦୁଇ ବାଇକ୍‌ ଆରୋହୀଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି।

ମୃତକ ମାନେ ହେଲେ ବରପଦର୍ ଗାଁର ଗୁଡୁ ଗଉଡ(୨୫) ଓ ମାରୁତି ବେହେରା(୨୪)। ଆହତଙ୍କୁ ଖଡ଼ିଆଳ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସମସ୍ତ ମୃତାହତ ବରପଦର ଗାଁର ହୋଇଥିବା ସୂଚନା ମିଳିଛି।

ଗତକାଲି ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣା ପରେ ଆଜି ସକାଳେ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି। ସ୍ଥାନୀୟ ଲୋକେ ରାସ୍ତା ଅବରୋଧ କରିଛନ୍ତି। ଏହାସହ ମୃତକଙ୍କ ପରିବାରକୁ କ୍ଷତିପୂରଣ ଦେବାକୁ ଦାବି କରିଛନ୍ତି। ପୁଲିସ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିଛି ଓ ଘଟଣାର ତଦନ୍ତ କରୁଛି।

Leave a Reply

Your email address will not be published. Required fields are marked *