କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡି ଥାନା ଅନ୍ତର୍ଗତ ୫୯ ନମ୍ବର ଜାତୀୟ ରାଜପଥର ଡବେରି ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ; ୨ଜଣଙ୍କ ମୃତ୍ୟୁ

କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡି ଥାନା ଅନ୍ତର୍ଗତ ୫୯ ନମ୍ବର ଜାତୀୟ ରାଜପଥର ଡବେରି ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର୍ ‍ଓ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାଫଳରେ ୨ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ଦ୍ୱୟ ହେଲେ ବାଳକୃଷ୍ଣ ମଲିକ ଓ ମନିଲ ପ୍ରଧାନ। ବାଳକୃଷ୍ଣ ଓ ମନିଲ ଦୁଇ ବନ୍ଧୁ ଅଟନ୍ତି। ସେମାନଙ୍କ ଘର ପ୍ଲିହେରି ଗାଁରେ।

ଗତକାଲି ବାଳକୃଷ୍ଣ ଓ ମନିଲ କିଲାବାଡ଼ି ଗାଁକୁ ବାଇକ୍‌ ଯୋଗେ ଶୁଦ୍ଧିକ୍ରିୟା ଭୋଜିରେ ଯୋଗ ଦେବାକୁ ଯାଇଥିଲେ। ଭୋଜି ଖାଇ ଘରକୁ ଫେରିଲା ବେଳେ ଡବେରିଠାରେ କାର୍ ‍ସହ ତାଙ୍କ ବାଇକର ମୁହାଁମୁହିଁ ଧକ୍କା ହୋଇଥିଲା। ବାଳକୃଷ୍ଣ ଓ ମନିଲଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ଦାରିଙ୍ଗବାଡି ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଥିଲେ। ପୁଲିସ ଗାଡ଼ିକୁ ଜବତ କରିବା ସହ କାର୍‌ ଡ୍ରାଇଭରକୁ ଅଟକ ରଖି ପଚରାଉଚରା କରୁଛି। ଦୁର୍ଘଟଣାରେ କାର୍‌ର ସମ୍ମୁଖ ଅଂଶଟି ଭାଙ୍ଗି ଯାଇଛି। ପୁଲିସ ଘଟଣାର ତଦନ୍ତ କରୁଛି ।

Leave a Reply

Your email address will not be published. Required fields are marked *