ମାର୍ଚ୍ଚ ୨୮ରୁ ରାଜ୍ୟରେ ଖୋଲିବ ସବୁ ଅଙ୍ଗନବାଡ଼ି କେନ୍ଦ୍ର

ଭୁବନେଶ୍ୱର : ମାର୍ଚ୍ଚ ୨୮ ତାରିଖରୁ ରାଜ୍ୟରେ ଖୋଲିବ ସବୁ ଅଙ୍ଗନବାଡ଼ି କେନ୍ଦ୍ର। ଏଥିପାଇଁ SOP ଜାରି କଲେ ରାଜ୍ୟ ସରକାର। ସକାଳ ୭ଟା ୩୦ରୁ ସକାଳ ୯ଟା ୩୦ ପର୍ଯ୍ୟନ୍ତ ଖୋଲା ରହିବ ଅଙ୍ଗନବାଡ଼ି କେନ୍ଦ୍ର। ଯଦି କୌଣସି ଠାରେ ଅସୁବିଧା ଥାଏ, ତାହାହେଲେ ସ୍ଥାନୀୟ ପ୍ରଶାସନ ନିଷ୍ପତ୍ତି ନେବ। ସବୁ ଅଙ୍ଗନବାଡି କର୍ମୀ ସମ୍ପୂର୍ଣ୍ଣ କୋଭିଡ୍‌ ଟିକା ନେବା ବାଧ୍ୟତାମୂଳକ କରାଯାଇଛି। ଯଦି କେହି ଉଦ୍ଦେଶ୍ୟମୂଳକ ଭାବେ ଟିକା ନେଇ ନ ଥାନ୍ତି, ତାହାହେଲେ କାର୍ଯ୍ୟାନୁଷ୍ଠାନ ହେବ।

ମହାମାରୀ କରୋନା ପାଇଁ ଦୁଇ ବର୍ଷରୁ ଅଧିକ ସମୟ ଧରି ବନ୍ଦ ରହିଥିଲା ଅଙ୍ଗନବାଡ଼ି କେନ୍ଦ୍ର। କିନ୍ତୁ ଛୋଟ ପିଲାଙ୍କ ପାଇଁ ଖାଦ୍ୟ ସାମଗ୍ରୀ ଅଙ୍ଗନବାଡ଼ି କର୍ମୀଙ୍କ ମାଧ୍ୟମରେ ଯୋଗାଇ ଦେଉଥିଲେ ରାଜ୍ୟ ସରକାର। ଏବେ କରୋନାର କୋପ କମିବା ପରେ ରାଜ୍ୟ ସରକାର ପ୍ରଥମେ ପ୍ରାଥମିକ ସ୍କୁଲ ଖୋଲିଲେ। ତା’ପରେ ଅଙ୍ଗନବାଡ଼ି କେନ୍ଦ୍ର ଖୋଲିଛି। ଏହାର ଅର୍ଥ ପୂର୍ବ ପରି ଚଳଚଞ୍ଚଳ ହେବ ଅଙ୍ଗନବାଡ଼ି କେନ୍ଦ୍ର। କୋଭିଡ୍‌ ଗାଇଡ୍‌ଲାଇନ୍‌ରେ ପିଲାମାନେ ଅଙ୍ଗନବାଡ଼ି କେନ୍ଦ୍ରକୁ ଆସିବେ।

Leave a Reply

Your email address will not be published. Required fields are marked *