ରାଜ୍ୟରେ ଆଉ ୨୨ଟି ନୂଆ ଏନଏସି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ରାଜ୍ୟରେ ଆଉ ୨୨ଟି ନୂଆ ଏନଏସି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟର ୧୩ଟି ଜିଲ୍ଲାରେ ୨୨ଟି ନୂତନ ଏନଏସି ଗଠନ । ଗଞ୍ଜାମର ଭଞ୍ଜନଗର ଏନଏସିକୁ ମୁନିସିପାଲିଟିକୁ ଉନ୍ନୀତ କରାଯିବା ନେଇ ଘୋଷଣା କରିଛନ୍ତି।

ବୌଦ୍ଧ ଜିଲ୍ଲାର ମନମୁଣ୍ଡା, ପୁରୁଣା କଟକ ଓ ବାଉଁଶୁଣି, ବଲାଙ୍ଗିରର ଲୋଇସିଂହା ଓ ସିନ୍ଧେକେଲା, ବରଗଡ଼ର ସୋହେଲା, ବାଲେଶ୍ବରର ବାଲିଆପାଳ ଓ ଖଇରା, ଭଦ୍ରକର ଧାମରା, ଢେଙ୍କାନାଳର ରାସୋଳ, ଜଗତସିଂହପୁରର କୁଜଙ୍ଗ, କଳାହାଣ୍ଡିର ନର୍ଲା ଓ ମଦନପୁର ରାମପୁର, ଖୋର୍ଦ୍ଧାର ବୋଲଗଡ଼, ନୟାଗଡ଼ର ଶରଣକୁଳ, ପୁରୀର ସାକ୍ଷୀଗୋପାଳ ଓ କାକଟପୁର, ସମ୍ବଲପୁରର ରେଙ୍ଗାଲି, ବାମଣ୍ଡା ଏବଂ ସୁବର୍ଣ୍ଣପୁର ଜିଲ୍ଲାର ସୁବଳୟା, ଉଲୁଣ୍ଡା ଓ ରାମପୁର ଆଦି ସ୍ଥାନକୁ ଏନଏସି ଘୋଷଣା କରାଯାଇଛି ।

Leave a Reply

Your email address will not be published. Required fields are marked *