ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନୂଆ ମନ୍ତ୍ରିମଣ୍ଡଳ, ଶପଥ ନେଲେ ୨୧ ମନ୍ତ୍ରୀ

ଭୁବନେଶ୍ୱର : ଶନିବାର ନିଜ ମନ୍ତ୍ରିମଣ୍ଡଳର ସମସ୍ତ ମନ୍ତ୍ରୀଙ୍କୁ ଇସ୍ତଫା ଦେବାକୁ ନିର୍ଦ୍ଦେଶ ଦେବା ପରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଠନ କରିଛନ୍ତି ନୂଆ ମନ୍ତ୍ରିମଣ୍ଡଳ। ଆଜି ମୋଟ ୨୧ ଜଣ ମନ୍ତ୍ରୀ ଶପଥ ନେଇଛନ୍ତି। ସେମାନଙ୍କ ମଧ୍ୟରେ ୧୩ ଜଣ କ୍ୟାବିନେଟ୍ ମନ୍ତ୍ରୀ ଥିବା ବେଳେ ୮ ଜଣ ରାଷ୍ଟ୍ରପତି (ସ୍ୱାଧୀନ ନାୟିତ୍ୱ) ଅଛନ୍ତି। ଲୋକସେବା ଭବନର କନ୍‌ଭେନ୍‌ସନ୍ ସେଣ୍ଟରରେ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ୍ ସେମାନଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଥିଲେ।

ଆଜି ଶପଥ ନେଇଥିବା କ୍ୟାବିନେଟ୍ ମନ୍ତ୍ରୀମାନେ ହେଲେ- ନିରଞ୍ଜନ ପୂଜାରୀ, ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ପ୍ରମିଳା ମଲ୍ଲିକ, ଉଷା ଦେବୀ, ପ୍ରଫୁଲ୍ଲ କୁମାର ମଲ୍ଲିକ, ପ୍ରତାପ କେଶରୀ ଦେବ, ଅତନୁ ସବ୍ୟସାଚୀ ନାୟକ, ପ୍ରଦୀପ କୁମାର ଅମାତ, ନବ କିଶୋର ଦାସ, ଅଶୋକ ଚନ୍ଦ୍ର ପଣ୍ଡା, ଟୁକୁନି ସାହୁ, ରାଜେନ୍ଦ୍ର ଢୋଲକିଆ ଓ ଜଗନ୍ନାଥ ସାରକା।

ସେହିପରି ଶପଥ ନେଇଥିବା ରାଷ୍ଟ୍ରମନ୍ତ୍ରୀ (ସ୍ୱାଧୀନ ଦାୟିତ୍ୱ)ମାନେ ହେଲେ- ସମୀର ରଞ୍ଜନ ଦାଶ, ଅଶ୍ୱିନୀ କୁମାର ପାତ୍ର, ପ୍ରୀତିରଞ୍ଜନ ଘଡ଼େଇ, ଶ୍ରୀକାନ୍ତ ସାହୁ, ତୁଷାରକାନ୍ତି ବେହେରା, ରୋହିତ ପୂଜାରୀ, ରୀତା ସାହୁ ଓ ବାସନ୍ତୀ ହେମ୍ବ୍ରମ।

Leave a Reply

Your email address will not be published. Required fields are marked *