ଆଜିଠୁ ୩ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ଆଜିଠୁ ୩ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭେଟିବାର କାର୍ଯ୍ୟକ୍ରମ ରହିଛି । ଅପରାହ୍ଣ ସାଢ଼େ ୪ଟାରେ ସାଉଥ ବ୍ଲକରେ ମୋଦିଙ୍କୁ ନବୀନ ଭେଟିବେ ବୋଲି ସୂଚନା ମିଳିଛି । ସୂଚନା ଅନୁଯାୟୀ ନବୀନ ପ୍ରଧାନମନ୍ତ୍ରୀଙ୍କ ସହ ରାଜ୍ୟ ସ୍ବାର୍ଥ ପ୍ରସଙ୍ଗରେ ଆଲୋଚନା କରିବେ । ତାହାସହ ଅନ୍ୟକିଛି ସରକାରୀ କାର୍ଯ୍ୟ ସମ୍ପର୍କରେ ମଧ୍ୟ ମୋଦି ନବୀନ ଆଲୋଚନା କରିବେ । ସବୁଠାରୁ ବଡ଼କଥା ହେଉଛି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଷ୍ଟ୍ରପତି ନିର୍ବାଚନ ସମ୍ପର୍କରେ ଦିଲ୍ଲୀରେ ଆଲୋଚନା​‌ କରିପାରନ୍ତି । ଏଥିସହିତ କିଛି କେନ୍ଦ୍ରମନ୍ତ୍ରୀଙ୍କୁ ମଧ୍ୟ ନବୀନ ଭେଟିବାର ସମ୍ଭାବନା ରହିଛି । ସମସ୍ତ ସରକାରୀ କାର୍ଯ୍ୟ ଓ ପ୍ରଧାନମନ୍ତ୍ରୀଙ୍କ ସହ ଆଲୋଚନା ପରେ ଜୁନ ୧ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱର ଫେରିବେ ବୋଲି ସୂଚନା ଦିଆଯାଇଛି ।

Leave a Reply

Your email address will not be published. Required fields are marked *