ପୂର୍ବତନ ମନ୍ତ୍ରୀ ଦୁର୍ଯ୍ୟୋଧନ ମାଝୀଙ୍କ ପରଲୋକ

ନୂଆପଡା: ଓଡିଶା ସରକାରଙ୍କ ପୂର୍ତତନ ମନ୍ତ୍ରୀ ତଥା ନୂଆପଡା ଜିଲ୍ଲାର ବରିଷ୍ଠ ରାଜନେତା ଖଡିଆଳ ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ଦୁର୍ଯ୍ୟୋଧନ ମାଝୀଙ୍କ ପରଲୋକ ‌ହୋଇଛି। ମିଳିଥିବା ସୂଚନା ଅନୁସାରେ, ଗତକାଲି ବିଳମ୍ବିତ ରାତିରେ ଭୁବନେଶ୍ବରସ୍ଥିତ ତାଙ୍କ ସରକାରୀ ବାସଭବନରେ ଶୋଇଥିବା ସମୟରେ ଅକସ୍ମାତ୍ ବିୟୋଗ ହୋଇଯାଇଛି। ତାଙ୍କର ମୃତ୍ୟୁ ଖବର ପାଇବା ପରେ ଖଡିଆଳ ନିର୍ବାଚନ ମଣ୍ଡଳୀରେ ଶୋକରଛାୟା ଖେଳିଯାଇଛି।

ସ୍ବର୍ଗତଃ ଦୁର୍ଯ୍ୟୋଧନ ମାଝୀ ନୂଆପଡା ଜିଲ୍ଲା ଖଡିଆଳ ନିର୍ବାଚନ ମଣ୍ଡଳୀରୁ ୫ ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ସେ ୧୯୯୦ରୁ ୨୦୧୯ ପର୍ଯ୍ୟନ୍ତ କ୍ରମାଗତ ବିଧାୟକ ରହିଥିଲେ। ପ୍ରଥମେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କ ନେତୃତ୍ବାଧୀନ ଜନତା ଦଳରୁ ୧୯୯୦ରେ ଖଡ଼ିଆଳରୁ ସେ ବିଧାନସଭାକୁ ଆସିଥିଲେ। ଏହାପରେ ପୁଣି ୧୯୯୫ରେ ସେଠାରୁ ଜନତା ଦଳ ଟିକଟରେ ନିର୍ବାଚିତ ହୋଇଥିଲେ। ପରେ ବିଜୁ ଜନତା ଦଳରେ ଯୋଗଦାନ କରି ସେ ୨୦୦୦ରୁ ୨୦୧୪ ପର୍ଯ୍ୟନ୍ତ ବିଧାୟକ ରହିଥିଲେ। ଏହି ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ବାଧୀନ ସରକାରରେ ସେ ୨୦୦୦ରେ ଏବଂ ୨୦୦୬ ମସିହାରେ ଦୁଇ ଥର ମନ୍ତ୍ରୀ ମଧ୍ୟ ରହିଥିଲେ।

Leave a Reply

Your email address will not be published. Required fields are marked *