ଗଞ୍ଜାମ ଜିଲ୍ଲା ଗାଙ୍ଗପୁର ଥାନା ଅନ୍ତର୍ଗତ ବୁଢ଼ାକେନ୍ଦୁ ଜଙ୍ଗଲରୁ ଅଗ୍ନିଶମ କର୍ମଚାରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଭଞ୍ଜନଗର : ଗଞ୍ଜାମ ଜିଲ୍ଲା ଗାଙ୍ଗପୁର ଥାନା ଅନ୍ତର୍ଗତ ବୁଢ଼ାକେନ୍ଦୁ ଜଙ୍ଗଲରୁ ଅଗ୍ନିଶମ କର୍ମଚାରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। କର୍ମଚାରୀ ଜଣକ ହେଲେ କେନ୍ଦୁଝର ଜିଲ୍ଲାର ଦୟାନିଧି ମହନ୍ତ। ଦୟାନିଧି ଆସ୍କା ଅଗ୍ନିଶମ କେନ୍ଦ୍ରରେ କାର୍ଯ୍ୟରତ ଥିଲେ।

ଗତକାଲି ରାତିରେ ବୁଢାକେନ୍ଦୁ ରାସ୍ତା ଉପରେ ଅଗ୍ନିଶମ ଗାଡ଼ି ରହିଥିବା ସ୍ଥାନୀୟ ଲୋକ ଦେଖିଥିଲେ। ତେବେ ଆଜି ସକାଳେ ବୁଢାକେନ୍ଦୁ ଜଙ୍ଗଲରେ ଏକ ଗଛରେ ଦୟାନିଧିଙ୍କ ଝୁଲନ୍ତା ମୃତଦେହ ଦେଖି ସ୍ଥାନୀୟ ଲୋକ ପୁଲିସକୁ ଖବର ଦେଇଥିଲେ। ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଗାଙ୍ଗପୁର ପୁଲିସ ଓ ଭଞ୍ଜନଗର ଅଗ୍ନିଶମ କର୍ମଚାରୀ ପହଞ୍ଚି ତଦନ୍ତ ଜାରି ରଖିଛନ୍ତି। ଅନ୍ୟପଟେ ଆସିକା ଅଗ୍ନିଶମ ବିଭାଗକୁ ଖବର ଦିଆଯାଇଛି। ଦୟାନିଧି ଆତ୍ମହତ୍ୟା କରିଛନ୍ତି ନା ତାଙ୍କୁ ହତ୍ୟା କରାଯାଇଛି କାରଣ ଅସ୍ପଷ୍ଟ ରହିଛି।

Leave a Reply

Your email address will not be published. Required fields are marked *