ଲଘୁଚାପ ପ୍ରଭାବରେ ଏରସମା ଠାରେ ସର୍ବାଧିକ ୨୧୫ ମିମି ବର୍ଷା ରେକର୍ଡ

ଲଘୁଚାପ କ୍ଷେତ୍ର ଉତ୍ତର-ପଶ୍ଚିମ ବଙ୍ଗୋପସାଗର ସମୁଦ୍ର ମଧ୍ୟରେ ପାର୍ଶ୍ଵବର୍ତ୍ତୀ ଉତ୍ତର ଓଡିଶା ଉପକୂଳ ଏବଂ ପଶ୍ଚିମବଙ୍ଗ ଉପକୂଳରେ ସକ୍ରିୟ ରହିଛି । ଏହା ଆଗାମୀ ୧୨ ଘଣ୍ଟା ମଧ୍ୟରେ ଅବପାତର ରୂପ ନେବାର ସମ୍ଭାବନା ରହିଛି । ଅବପାତରେ ପରିଣତ ହେବା ପରେ ଦୁର୍ବଳ ହେବ। ଆସନ୍ତା ୨୪ ଘଣ୍ଟା ଯାଏଁ ଲଗାଣ ବର୍ଷା, ବନ୍ୟା ଆଶଙ୍କା । ଭୁବନେଶ୍ଵର କଟକରେ ଦିନ ତମାମ ମେଘୁଆ ପାଗ ରହିବ ।

୧୦ ଜିଲ୍ଲାକୁ ରେଡ୍ ୧୧ ଜିଲ୍ଲାକୁ ଅରେଞ୍ଜ ଓ ୯ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଜଗତସିଂପୁର ଜିଲ୍ଲାର ପ୍ରାୟ ସମସ୍ତ ସ୍ଥାନରେ ୧୦୦ ମିମି ଅଧିକ ବର୍ଷା ରେକର୍ଡ ହୋଇଥିବା ବେଳେ ଏରସମା ଠାରେ ସର୍ବାଧିକ ବର୍ଷା ୨୧୫ ମିମି ରେକର୍ଡ ହୋଇଛି । ସୁନ୍ଦଗଡ଼ ହେମଗିରି ଠାରେ ୨୧୦.୪ ମିମି, ପୁରୀ ଅସ୍ତରଙ୍ଗ ଠାରେ ୧୬୮ମିମି ଓ ପୁରୀ ସହରରେ ୯୪ ମିମି ରେକର୍ଡ ହୋଇଛି ସେହିପରି ସମ୍ବଲପୁର ୧୪୬ , ହୀରାକୁଦ ୧୦୭.୬, ଗଜପତି ଜିଲ୍ଲା ଆର୍ ଉଦୟଗିରି ରେ ୧୦୪ ମିମି ବର୍ଷା ରେକର୍ଡ ହୋଇଛି ।

Leave a Reply

Your email address will not be published. Required fields are marked *