ଦିନ ୨ଟା ୩୦ରେ ଝାରସୁଗୁଡ଼ାରେ ତାପମାତ୍ରା ୪୨.୬ ଡିଗ୍ରି ରେକର୍ଡ

ଭୁବନେଶ୍ବର: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଆଜି ସକାଳ ୭ଟାରୁ ସୂର୍ଯ୍ୟଙ୍କ ପ୍ରଖର କିରଣ ଆରମ୍ଭ ହୋଇଥିଲା। ଦିନ ୨ଟା ୩୦ ବେଳକୁ ମାତ୍ରାଧିକ ତାପମାତ୍ରା ଜନଜୀବନକୁ ଅସ୍ତବ୍ୟସ୍ତ କରିଥିଲା। ଝାରସୁଗୁଡ଼ାରେ ଏହି ସମୟରେ ୪୨.୬ ଡିଗ୍ରି ତାପମାତ୍ରା ରେକର୍ଡ କରାଯାଇଥିଲା। ତାପମାତ୍ରା ଆଗାମୀ ୨ ଦିନ ପର୍ଯ୍ୟନ୍ତ ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ସୂଚନା ଦିଆଯାଇଛି।

Leave a Reply

Your email address will not be published. Required fields are marked *