ସୁପ୍ରିମକୋର୍ଟର ୫୦ତମ ପ୍ରଧାନ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ଡି.ୱାଇ ଚନ୍ଦ୍ରଚୂଡ

ନୂଆଦିଲ୍ଲୀ: ଶପଥ ନେଲେ ସୁପ୍ରିମକୋର୍ଟର ନୂଆ ପ୍ରଧାନ ବିଚାରପତି ଜଷ୍ଟିସ ଡି.ୱାଇ ଚନ୍ଦ୍ରଚୂଡ଼ । ଦେଶର ୫୦ ତମ ପ୍ରଧାନ ବିଚାରପତି ଭାବେ ଜଷ୍ଟିସ ଡି.ୱାଇ ଚନ୍ଦ୍ରଚୂଡ଼ ଆଜି ଶପଥଗ୍ରହଣ କରିଛନ୍ତି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଜଷ୍ଟିସ ଡି.ୱାଇ ଚନ୍ଦ୍ରଚୂଡ଼ଙ୍କୁ ସୁପ୍ରିମକୋର୍ଟର ନୂଆ ପ୍ରଧାନ ବିଚାରପତି ଭାବେ ଶପଥପାଠ କରାଇଛନ୍ତି । ଜଷ୍ଟିସ ଡି.ୱାଇ ଚନ୍ଦ୍ରଚୂଡ଼ଙ୍କ କାର୍ଯ୍ୟକାଳ ୨ ବର୍ଷ ରହିବ । ୨୦୨୪ ନଭେମ୍ବର ୧୦ରେ ଅବସର ନେବେ ମୁଖ୍ୟ ବିଚାରପତି । ପୂର୍ବରୁ ଚନ୍ଦ୍ରଚୂଡ଼ ଆହ୍ଲାବାଦ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଦାୟିତ୍ୱ ତୁଲାଇଛନ୍ତି ।

Leave a Reply

Your email address will not be published. Required fields are marked *