ଚଳିତ ଜୁନ ଶେଷ ସପ୍ତାହରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ, ଏନେଇ ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶ

ଚଳିତ ବର୍ଷ ୩, ୨୦୩ ପରୀକ୍ଷା କେନ୍ଦ୍ରରେ ମୋଟ ୫ ଲକ୍ଷ ୭୧ ହଜାର ୯୦୯ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ । ଏପ୍ରିଲ ୨୯ ତାରିଖ ଠାରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇ ମେ ୭ ତାରିଖ ପର୍ଯ୍ୟନ୍ତ ଚାଲିଥିଲା । ମଧ୍ୟମା ଓ ଓପନ ସ୍କୁଲ ପିଲାଙ୍କୁ ମିଶାଇଲେ ମୋଟ ୫ ଲକ୍ଷ ୮୫ ହଜାର ୭୩୦ ଜଣ ପିଲା ୩୫୪୦ କେନ୍ଦ୍ରରେ ପରୀକ୍ଷା ଦେଇଥିଲେ। ପ୍ରଶ୍ନ ସୁରକ୍ଷିତ ରଖିବା ଓ ପରୀକ୍ଷା ଦିନ ପରୀକ୍ଷାକେନ୍ଦ୍ରକୁ ପଶ୍ନପତ୍ର ପଠାଇବା ନିମେନ୍ତ ମୋଟ ୩୧୫ ନୋଡାଲ ସେଣ୍ଟର କରାଯାଇଥିଲା। ଯାହା ଭିତରୁ ୨୧ଟି ଥାନାକୁ ନୋଡାଲ ସେଣ୍ଟର କରାଯାଇଥିଲା। ୬୫ଟି ଫ୍ଲାଇଂ ସ୍କାର୍ଡ ପରୀକ୍ଷା ଉପରେ ନଜର ରଖିବାକୁ ମୁତୟନ ହୋଇଥିଲେ।

Leave a Reply

Your email address will not be published. Required fields are marked *