ସରିଲା ମାଟ୍ରିକ ପରୀକ୍ଷା, ଏପ୍ରିଲ୍ ୩ରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା ଖାତା ଦେଖା । ବୋର୍ଡ ସଭାପତି ରାମାଶିଷ ହାଜରାଙ୍କ ସୂଚନା।

କଟକ: ଆଜି ସରିଛି ମାଟ୍ରିକ ପରୀକ୍ଷା। ଏପ୍ରିଲ୍ ୩ ତାରିଖରୁ ମାଟ୍ରିକ ଖାତା ମୂଲ୍ୟାୟନ ଆରମ୍ଭ ହେବ ବୋଲି ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି। ବୋର୍ଡ ସଭାପତି ରାମାଶିଷ ହାଜରାଙ୍କ ସୂଚନା ଅନୁଯାୟୀ, ୫୬ଟି ମୂଲ୍ୟାୟନ କେନ୍ଦ୍ରରେ ମାଟ୍ରିକ ଖାତା ମୂଲ୍ୟାୟନ କରାଯିବ। ପରୀକ୍ଷା କେନ୍ଦ୍ରରୁ ମୂଲ୍ୟାୟନ କେନ୍ଦ୍ରକୁ ଖାତାଗୁଡ଼ିକ ସୁରକ୍ଷାରେ ଯିବ। ଆସନ୍ତା ୪୫ ଦିନ ମଧ୍ୟରେ ସଂପୂର୍ଣ୍ଣ ମୂଲ୍ୟାୟନ ପ୍ରକ୍ରିୟା ଶେଷ ହୋଇ ପରୀକ୍ଷା ଫଳ ପ୍ରକାଶ ପାଇବ।

Leave a Reply

Your email address will not be published. Required fields are marked *