ସାମ୍ବାଦିକଙ୍କ ଗୋଡ଼ରେ ବେଡ଼ି ପକାଯିବା ଘଟଣାରେ ବଦଳିଲେ ନୀଳଗିରି ଥାନା ଆଇଆଇସି ଦ୍ରୌପଦୀ ଦାସ

ଭୁବନେଶ୍ୱର : ନୀଳଗିରିରେ କାର୍ଯ୍ୟରତ ସାମ୍ୱାଦିକ ଲୋକନାଥ ଦଳେଇଙ୍କୁ ମାଡ଼ ମାରି ଗୋଡ଼ରେ ବେଡ଼ି ପକାଇ ମେଡ଼ିକାଲ୍‌ରେ ଭର୍ତ୍ତି କରିବା ମାମଲାରେ କାର୍ଯ୍ୟାନୁଷ୍ଠାନ ହୋଇଛି। ନୀଳଗିରି ଥାନା IIC ଦ୍ରୌପଦୀ ଦାସଙ୍କୁ ବଦଳି କରାଯାଇଛି। ମାମଲାର ତଦନ୍ତ ଅଧିକାରୀ ସୁବର୍ଣ୍ଣା ବେହେରାଙ୍କୁ ମଧ୍ୟ ବଦଳି କରାଯାଇଛି। ତଦନ୍ତ ସରିବା ପର୍ଯ୍ୟନ୍ତ ଉଭୟଙ୍କୁ ଜିଲ୍ଲା ମୁଖ୍ୟାଳୟକୁ ବଦଳି କରାଯାଇଛି। ପୂର୍ବାଞ୍ଚଳ ରେଂଜ ଇନ୍‌ଚାର୍ଜ ଆଇଜି ନରସିଂହ ଭୋଳ ଏନେଇ ସୂଚନା ଦେଇଛନ୍ତି ।

ଲୋକନାଥଙ୍କୁ ନୀଳଗିରି ଥାନା ପୁଲିସ୍ ବୁଧବାର ଗିରଫ କରିଥିଲା। ଥାନାରେ ତାଙ୍କୁ ମାଡ଼ ହୋଇଥିବା ଅଭିଯୋଗ ହୋଇଥିଲା। ଯେଉଁଥିପାଇଁ ସେ ଅସୁସ୍ଥ ହୋଇ ପଡ଼ିଥିଲେ। ପରେ ତାଙ୍କୁ ବାଲେଶ୍ୱର ଜିଲ୍ଲା ଚିକିତ୍ସାଳୟରେ ଭର୍ତ୍ତି କରିଥିଲା ପୁଲିସ୍‌। ଜଣେ ପେଶାଦାର ଅପରାଧୀଙ୍କ ଭଳି ପୁଲିସ୍‌ ତାଙ୍କ ଗୋଡ଼ରେ ବେଡ଼ି ପକାଇ ଥିଲା। ଏହି ଖବର ପ୍ରକାଶ ପାଇବା ପରେ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଥିଲା। ଏପରି କାର୍ଯ୍ୟ କରିଥିବା ପୁଲିସ୍‌ଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି ହୋଇଥିଲା।

ସେପଟେ ସାମ୍ୱାଦିକଙ୍କ ଗୋଡ଼ରେ ବେଡ଼ି ପକା ଘଟଣାରେ ନିଜ ଆଡୁ ହସ୍ତକ୍ଷେପ କରିଛନ୍ତି ରାଜ୍ୟ ମାନବାଧିକାର କମିଶନ। ପୂର୍ବାଞ୍ଚଳ ଆଇଜିଙ୍କୁ ଅନୁଧ୍ୟାନ କରି ରିପୋର୍ଟ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। କେଉଁ ପରିସ୍ଥିତିିରେ ସାମ୍ବାଦିକଙ୍କ ଗୋଡ଼ରେ ବେଡ଼ି ପଡ଼ିଲା ଜଣାନ୍ତୁ। ୧୫ ଦିନ ଭିତରେ ରିପୋର୍ଟ କରିବାକୁ OHRC ନିର୍ଦ୍ଦେଶ ଦେଇଛନ୍ତି।

Leave a Reply

Your email address will not be published. Required fields are marked *