ଭିଜିଲାନ୍ସ ଜାଲରେ ଓପିଏଚଡବ୍ଲୁସିର ଡେପୁଟି ଜେନେରାଲ୍ ମ୍ୟାନେଜର୍ ସୁଭାଷ ଚନ୍ଦ୍ର ପଣ୍ଡା
ଭିଜିଲାନ୍ସ ଜାଲରେ ଆଉ ଜଣେ ସରକାରୀ ବାବୁ। ଓଡ଼ିଶା ପୁଲିସ୍ ହାଉସିଂ ୱେଲଫର୍ କର୍ପୋରେସନ୍(OPHWC) ବ୍ରହ୍ମପୁର ଡିଭିଜନ୍ର ଡେପୁଟି ଜେନେରାଲ୍ ମ୍ୟାନେଜର୍ ସୁବାଷ ଚନ୍ଦ୍ର ପଣ୍ଡା ଘରେ ଆଜି ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଛି। ସୁବାଷଙ୍କ ଭୁବନେଶ୍ୱର ଓ ବ୍ରହ୍ମପୁର ସମେତ ଏକକାଳୀନ ୪ଟି ସ୍ଥାନରେ ଚଢ଼ାଉ କରାଯାଇଛି।
ସୁବାଷଙ୍କ ଭୁବନେଶ୍ୱର ଆଇଗିଣିଆରେ ଥିବା ଘର , ମଞ୍ଚେଶ୍ୱର ଥିବା ଘର, ବ୍ରହ୍ମପୁର ଖାରବେଳ ନଗରରେ ଥିବା ଭଡ଼ା ଘର ଓ ବ୍ରହ୍ମପୁର ଅଫିସରେ ଚଢ଼ାଉ କରିଛି ଭିଜିଲାନ୍ସ।
ସୁବାଷ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା। ଭିଜିଲାନ୍ସ ଘଟଣାର ତଦନ୍ତ କରି ଆଜି ତାଙ୍କ ଘରେ ଚଢ଼ାଉ କରିଛି। ଏହି ଚଢ଼ାଉରେ ୫ ଜଣ ଡିଏପି, ୭ ଜଣ ଇନ୍ସପେକ୍ଟର ଓ ଅନ୍ୟ ଭିଜିଲାନ୍ସ କର୍ମକାରୀ ସାମିଲ ହୋଇଛନ୍ତି।