ଆଜି ମୁଖ୍ୟମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ, ଫେରିପାରେ ତାଲାବନ୍ଦ

ନୂଆଦିଲ୍ଲୀ: ଦେଶର ଅନେକ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ । କରୋନା ସଂକ୍ରମଣକୁ ନେଇ ଅପରାହ୍ଣ ସାଢ଼େ ୪ଟାରେ ଭିଡିଓ କନଫରେନସିଂ ମାଧ୍ୟମରେ ପ୍ରଧାନମନ୍ତ୍ରୀ ମୁଖ୍ୟମନ୍ତ୍ରୀ ମାନଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି । ବୈଠକରେ କରୋନା ସଂକ୍ରମଣ ଓ ଟିକାକରଣ ଉପରେ ଆଲୋଚନା ହେବ । ଏଥିସହ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ମଧ୍ୟ ଆଲୋଚନା ହେବାର ସମ୍ଭାବନା ରହିଛି । ଦେଶରେ କରୋନା ସଂକ୍ରମଣ ଦ୍ରୁତଗତିରେ ବଢ଼ୁଥିବାରୁ ଲକଡାଉନ୍‍ କଟକଣା ଲଗାଇବାକୁ ନେଇ ମଧ୍ୟ ଆଲୋଚନା ହୋଇପାରେ। ଏହି ବୈଠକରେ ଅମ୍ଳଜାନ ସିଲିଣ୍ଡର, ଭେଣ୍ଟିଲେଟର୍ସ, ଆଇସିୟୁ, ଶଯ୍ୟା ଓ ଭ୍ୟାକ୍ସିନ ଉପରେ ମଧ୍ୟ ସମୀକ୍ଷା କରିବେ ପ୍ରଧାନମନ୍ତ୍ରୀ ।

Leave a Reply

Your email address will not be published. Required fields are marked *