ଆସନ୍ତାକାଲି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଆସନ୍ତାକାଲି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଯାଜପୁର ଚଣ୍ଡିଖୋଲ ବେଣାପୁରଠାରେ ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ । ଏଥିସହ ସେଠାରେ ଆୟୋଜିତ ବିରାଟ ସାଧାରଣ ସଭାରେ ଉଦବୋଧନ ଦେବେ।

ମୋଦିଙ୍କ ଗସ୍ତକୁ ଆଖି ଆଗରେ ରଖି ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଜୋରଦାର କରାଯାଇଛି । ସମାବେଶସ୍ଥଳ ବେଣାପୁର ପଡିଆକୁ ଯାଇ ସୁରକ୍ଷା ବ୍ୟବସ୍ଥାର ତଦାରଖ କରିଛନ୍ତି ପୁଲିସ ଡିଜି ଅରୁଣ ଷଡ଼ଙ୍ଗୀ।

ଡିଜିପିଙ୍କ ସହ ଥିଲେ କେନ୍ଦ୍ରାଞ୍ଚଳ ଆଇଜି ଆଶିଷ ସିଂ, ଯାଜପୁର ଏସପି ଭିନିତ ଅଗ୍ରୱାଲଙ୍କ ସମେତ ବରିଷ୍ଠ ପୁଲିସ ଅଧିକାରୀ । ବେଣାପୁର ପଡ଼ିଆରେ ଅସ୍ଥାୟୀ ହେଲିପ୍ୟାଡ଼ କରାଯାଇଛି । ପରୀକ୍ଷାମୂଳକ ଭାବେ ବାୟୁସେନାର ଦୁଇଟି ହେଲିକପ୍ଟର ସେଠାରେ ଲ୍ୟାଣ୍ଡିଂ କରିଛି । ହେଲିପ୍ୟାଡ଼ ସହ ସଭାସ୍ଥଳ ତନଖି କରାଯାଇଛି।

Leave a Reply

Your email address will not be published. Required fields are marked *