ପ୍ରଯୋଜକ ତଥା ନିର୍ଦ୍ଦେଶକ ଘନଶ୍ୟାମ ମହାପାତ୍ର ପାଇବେ ସମ୍ମାନଜନକ ଜୟଦେବ ପୁରସ୍କାର

୨୦୧୯ ମସିହା ଲାଗି ୩୧ତମ ରାଜ୍ୟ ଚଳଚ୍ଚିତ୍ର ଓ ଅଷ୍ଟମ ଟେଲି ପୁରସ୍କାର ଘୋଷଣା କରାଯାଇଛି। ଜଣାଶୁଣା ପ୍ରଯୋଜକ ତଥା ନିର୍ଦ୍ଦେଶକ ଘନଶ୍ୟାମ ମହାପାତ୍ରଙ୍କୁ ସମ୍ମାନଜନକ ଜୟଦେବ ପୁରସ୍କାର ପ୍ରଦାନ କରାଯିବ। ଏହା ହେଉଛି ରାଜ୍ୟ ଚଳଚ୍ଚିତ୍ର ପୁରସ୍କାରର ଶ୍ରେଷ୍ଠ ପୁରସ୍କାର। ସେହିପରି ଅନ୍ତର୍ଜାତୀୟ ସ୍ତରରେ ଖ୍ୟାତି ଅର୍ଜନ କରିଥିବା ନୀଳମାଧବ ପଣ୍ଡା ପାଇବେ ମୋହନ ସୁନ୍ଦର ଗୋସ୍ୱାମୀ ପୁରସ୍କାର। ତାଙ୍କ ଫିଲ୍ମ ‘କାଲିର ଅତୀତ’ ଶ୍ରେଷ୍ଠ ଚଳଚ୍ଚିତ୍ର ଭାବେ ମନୋନୀତ ହୋଇଥିବା ଯୋଗୁ ତାଙ୍କୁ ଏହି ପୁରସ୍କାର ପ୍ରଦାନ କରାଯିବ।

Leave a Reply

Your email address will not be published. Required fields are marked *