ଆଜିଠୁ ୪ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘର ମୁଖ୍ୟ ଡକ୍ଟର ମୋହନ ଭାଗବତ

ଭୁବନେଶ୍ୱର: ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ସରସଂଘଚାଳକ ଡକ୍ଚର ମୋହନ ଭାଗବତ ଆଜି ଓଡ଼ିଶା ଆସୁଛନ୍ତି। ଡକ୍ଚର ମୋହନ ଭାଗବତ ଆଜିଠାରୁ ୪ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ସେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ସେଠାରୁ କଟକର ଗତିରାଉତପାଟଣାସ୍ଥିତ କେଶବଧାମକୁ ଯାତ୍ରା କରିବେ।

କେଶବଧାମରେ ଅନୁଷ୍ଠିତ ସଂଘର ଶିକ୍ଷାବର୍ଗ ପ୍ରଶିକ୍ଷଣ ଶିବିରରେ ଯୋଗ ଦେବା ସହ ଏଠାରେ ୪ ଦିନ ଅବସ୍ଥାନ କରିବେ। ଏଠାରେ କୌଣସି ସାର୍ବଜନୀନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବନାହିଁ। ଏହି ପ୍ରବାସ କେବଳ ସାଙ୍ଗଠନିକ କାର୍ଯ୍ୟ ପାଇଁ ଉଦ୍ଧିଷ୍ଟ। ଓଡ଼ିଶା ଗସ୍ତ ସାରି ୧୫ ତାରିଖରେ ମୋହନ ଭାଗବତ ଫେରିଯିବେ ବୋଲି ସୂଚନା ମିଳିଛି।

Leave a Reply

Your email address will not be published. Required fields are marked *