ଗଞ୍ଜାମ ଜିଲ୍ଲା ଛତ୍ରପୁର ଥାନା ଅନ୍ତର୍ଗତ ବାୟା ରେଷ୍ଟୁରାଣ୍ଟ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ; ଡିଭାଇଡରରେ ପିଟି ହେଲା ବାଇକ୍‌, ୨ ମୃତ

ବ୍ରହ୍ମପୁର : ଗଞ୍ଜାମ ଜିଲ୍ଲା ଛତ୍ରପୁର ଥାନା ଅନ୍ତର୍ଗତ ବାୟା ରେଷ୍ଟୁରାଣ୍ଟ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏକ ବାଇକ୍ ଭାରସାମ୍ୟ ଡିଭାଇଡରରେ ପିଟି ହେବାରୁ ୨ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବ୍ରହ୍ମପୁର ବ୍ରହ୍ମା ନଗରର ସୁମନ ଦାସ ଓ ହିଞ୍ଜିଳି କଞ୍ଚୁଡୁର ଦଣ୍ଡ ପାଳ ।

ଆଜି ସକାଳ ପ୍ରାୟ ସାଢ଼େ ୭ଟା ସମୟରେ ସୁମନ ଓ କଞ୍ଚୁଡୁର ବ୍ରହ୍ମପୁରରୁ ବାହାରି ଛତ୍ରପୁର ଅଭିମୁଖେ ଯାଉଥିଲେ। ବାୟା ରେଷ୍ଟୁରାଣ୍ଟ ନିକଟରେ ବାଇକ୍‌ଟି ଭାରସାମ୍ୟରେ ହରାଇ ରାସ୍ତାକଡ଼ରେ ଥିବା ଡିଭାଇଡରେ ପିଟି ହୋଇଯାଇଥିଲା। ଘଟଣାସ୍ଥଳରେ ଉଭୟଙ୍କ ମୃତ୍ୟୁ ଘଟିଥିଲା। ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପଠାଇଛି ଓ ଘଟଣାର ତଦନ୍ତ କରୁଛି ।

Leave a Reply

Your email address will not be published. Required fields are marked *