ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ବିବାଦ, ହାଇକୋର୍ଟରେ ଜାନୁଆରୀ ୧୭ରେ ପରବର୍ତ୍ତୀ ଶୁଣାଣି :

କଟକ: ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣାକୁ ନେଇ ଦେଖା ଦେଇଥିବା ବିବାଦ ମାମଲାର ପରବର୍ତ୍ତୀ ଶୁଣାଣି ଚଳିତ ମାସ ୧୭ରେ ହେବ। ହାଇକୋର୍ଟ ବିଚାରପତି ଜଷ୍ଟିସ ଅରିନ୍ଦମ ସିହ୍ନାଙ୍କୁ ନେଇ ଗଠିତ ଖଣ୍ଡପୀଠ ଆଜି ଏହି ନିର୍ଦ୍ଦେଶ ଦେଇଛନ୍ତି। ଆଜି ଏହି ମାମଲାର ଶୁଣାଣି ସମୟରେ ପୁରସ୍କାର ପାଇଁ ଚୟନ କ୍ଷେତ୍ରରେ ପୁନଃମୂଲ୍ୟାୟନ ନେଇ ଗ୍ରହଣ କରାଯାଇଥିବା ପଦକ୍ଷେପ ସଂପର୍କରେ ସରକାରଙ୍କ ତରଫରୁ ବିବରଣୀ ଉପସ୍ଥାପନ କରାଯାଇଥିଲା। ଏ ନେଇ ଆବେଦନକାରୀଙ୍କୁ ଅବଗତ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେବା ସହିତ ଜାନୁଆରି ୧୭କୁ ମାମଲାର ପୂର୍ଣ୍ଣାଙ୍ଗ ଶୁଣାଣି ପାଇଁ ତାରିଖ ଧାର୍ଯ୍ୟ କରିଛନ୍ତି।

Leave a Reply

Your email address will not be published. Required fields are marked *