୫୭୬ ଜଣ ହିନ୍ଦୀ ଓ ସଂସ୍କୃତ ଶିକ୍ଷକ-ଶିକ୍ଷୟିତ୍ରୀଙ୍କୁ ନିଯୁକ୍ତି ‌ଦେଲେ ରାଜ୍ୟ ସରକାର

ଭୁବନେଶ୍ବର: ରାଜ୍ୟ ସରକାର ବିଭିନ୍ନ ସରକାରୀ ହାଇସ୍କୁଲରେ ୫୭୬ ଜଣ ହିନ୍ଦୀ ଓ ସଂସ୍କୃତ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ନିଯୁକ୍ତ ଯୋଗ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ୩୬୮ ଜଣ ହିନ୍ଦୀ ଓ ୨୦୮ ଜଣ ସଂସ୍କୃତ ଶିକ୍ଷକଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି। ଲୋକସେବା ଭବନରେ ଆୟୋଜିତ ନିଯୁକ୍ତି ପର୍ବରେ ଦିଦ୍‌ଦର୍ଶନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ନୂତନ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କୁ ସ୍ବାଗତ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଶିକ୍ଷା ଗୋଟିଏ ଜାତିର ଚିନ୍ତା, ଚେତନାରେ ପରିବର୍ତ୍ତନ ଆଣିଥାଏ । ଛାତ୍ରଛାତ୍ରୀଙ୍କୁ ବଡ ସ୍ବପ୍ନ ଦେଖିବା ପାଇଁ ପ୍ରେରଣା ଦେଇଥାଏ। ଶିକ୍ଷକମାନେ ନିଜର ଜ୍ଞାନ ଓ ମୂଲ୍ୟବୋଧ ଦ୍ବାରା ଛାତ୍ରଛାତ୍ରୀଙ୍କ ପାଇଁ ଆଦର୍ଶ ସୃଷ୍ଟି କରନ୍ତୁ।

ସୂଚନାଯୋଗ୍ୟ, ହାଇସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ଜରିଆରେ ୪ ହଜାର ୬୦୫ଟି ନୂଆ କ୍ଲାସରୁମ୍, ୧୬ ହଜାର ୯୨୦ଟି ସ୍ମାର୍ଟ କ୍ଲାସରୁମ, ୭ ହଜାର ୮୬୩ଟି ଆଧୁନିକ ଲାବୋରେଟୋରି, ୭ ହଜାର ୯୨୦ଟି ଇ-ଲାଇବ୍ରେରୀ ସୃଷ୍ଟି କରାଯାଇଛି। ରାଜ୍ୟରେ ଶିକ୍ଷକ ନିଯୁକ୍ତି ଉପରେ ଗୁରୁତ୍ବ ଦିଆଯାଉଛି। ମାଧ୍ୟମିକ ସ୍ତରରେ ଚଳିତ ଶିକ୍ଷାବର୍ଷରେ ରାଜ୍ୟ ସରକାର ୪ ହଜାର ୭୪୨ ଜଣ ଶିକ୍ଷକ ନିଯୁକ୍ତ କରିଛନ୍ତି। ୫ଟି ମନ୍ତ୍ର ଆଧାରରେ ଶିକ୍ଷା ବିଭାଗ ଏବେ ଶୀର୍ଷରେ ପହଞ୍ଚି ପାରିଛି। କାର୍ଯ୍ୟକ୍ରମରେ ଗଣଶିକ୍ଷା ମନ୍ତ୍ରୀ ଓ ବିଭାଗୀୟ ସଚିବ ଉପସ୍ଥିତ ଥିଲେ।

Leave a Reply

Your email address will not be published. Required fields are marked *