ମଧୁସୂଦନ ଆଇନ ବିଶ୍ୱବିଦ୍ୟାଳୟକୁ ୟୁଜିସି ମାନ୍ୟତା ; କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟୁଇଟ୍ କରି ଦେଲେ ସୂଚନା

ନୂଆଦିଲ୍ଲୀ/ଭୁବନେଶ୍ୱର: କଟକସ୍ଥିତ ମଧୁସୂଦନ ଆଇନ ବିଶ୍ୱବିଦ୍ୟାଳୟକୁ ୟୁନିଭରସିଟି ଗ୍ରାଂଟ କମିସନ (ୟୁଜିସି) ବିଶ୍ୱବିଦ୍ୟାଳୟର ମାନ୍ୟତା ଦେବା ସହ ବିଶ୍ୱବିଦ୍ୟାଳୟ ତାଲିକାରେ ଅନ୍ତର୍ଭୁକ୍ତ କରିଛି ବୋଲି ଟୁଇଟ୍ କରି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୂଚନା ଦେଇଛନ୍ତି।

ଶ୍ରୀ ପ୍ରଧାନ ଟ୍ୱିଟ୍ କରିଛନ୍ତି ଯେ କଟକସ୍ଥିତ ମଧୁସୂଦନ ଆଇନ ବିଶ୍ୱବିଦ୍ୟାଳୟକୁ ୟୁଜିସି ଅଧିନିୟମ ୧୯୫୬, ଧାରା ୨(ଏଫ୍) ଅନୁଯାୟୀ ୟୁନିଭରସିଟି ଗ୍ରାଂଟ୍ କମିସନ (ୟୁଜିସି) ବିଶ୍ୱବିଦ୍ୟାଳୟର ମାନ୍ୟତା ଦେବା ସହ ବିଶ୍ୱବିଦ୍ୟାଳୟ ତାଲିକାରେ ଅନ୍ତର୍ଭୁକ୍ତ କରିଛି।

ୟୁଜିସି ଅଧିନିୟମ୧୯୫୬, ଧାରା ୧୨(ବି) ଅନୁସାରେ ଏହି ବିଶ୍ୱବିଦ୍ୟାଳୟ ଖୁବ ଶୀଘ୍ର କେନ୍ଦ୍ରୀୟ ଅନୁଦାନ ପାଇବ । ଏହା ନିଶ୍ଚିତ ଭାବରେ ଓଡ଼ିଶାର ଆଇନ ବିଦ୍ୟାର୍ଥୀଙ୍କ ଆଶା ଓ ଆକାଂକ୍ଷାକୁ ପୂରଣ କରିବା ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦୂରଦୃଷ୍ଟିସମ୍ପନ୍ନ ଜାତୀୟ ଶିକ୍ଷା ନୀତି ଅନୁସାରେ ଛାତ୍ରଛାତ୍ରୀଙ୍କୁ ନୂଆ ପରିଚୟ ଦେବ ଏବଂ ରାଜ୍ୟରେ ଆଇନ ଶିକ୍ଷାର ମାନ ବଢ଼ାଇବ ବୋଲି ଆଶା କରୁଛି ବୋଲି ଲେଖିଛନ୍ତି କେନ୍ଦ୍ରମନ୍ତ୍ରୀ । ଜାତୀୟ ଶିକ୍ଷା ନୀତି ଅନୁସାରେ କେନ୍ଦ୍ର ସରକାର ଉଚ୍ଚ ଶିକ୍ଷା ଦୃଶ୍ୟପଟ୍ଟରେ ପରିବର୍ତ୍ତନ ଆଣିବା ପାଇଁ ପ୍ରତିଶ୍ରୁତିବଦ୍ଧ ବୋଲି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଟୁଇଟ୍ କରିଛନ୍ତି।

Leave a Reply

Your email address will not be published. Required fields are marked *