ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ ୧୬ ତାରିଖରୁ ଘଡ଼ଘଡ଼ି ସହ ବର୍ଷା
ଭୁବନେଶ୍ୱର : ରାଜ୍ୟରେ ପୁଣି ହେବ ବର୍ଷା। ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ ୧୬ ତାରିଖରୁ ବର୍ଷା ହେବ। ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।
ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ, ୧୬ ତାରିଖରୁ ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ଝାରସୁଗୁଡ଼ା ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି କିଛି କିଛି ଜିଲ୍ଲାରେ କୁଆପଥର ସହ ବର୍ଷା ହେବାର ସମ୍ଭାବନା ରହିଛି।