ବାରବାଟୀ ଟି-20 ପାଇଁ କାଲିଠୁ ଅନ୍‌ଲାଇନ୍‌ରେ ଟିକେଟ୍ ବିକ୍ରି

କଟକ : ବାରବାଟୀ ଟି-20 ପାଇଁ ଆସନ୍ତାକାଲି ସକାଳ ୧୧ଟାଠାରୁ ଆରମ୍ଭ ହେବ ଅନଲାଇନ୍ ଟିକେଟ୍ ବିକ୍ରି । ୫ ହଜାର ଟିକେଟ ଅନ୍‌ଲାଇନରେ ବିକ୍ରି କରାଯିବ। ଗ୍ୟାଲେରୀ ନମ୍ବର ୨, ୪, ୭, ସ୍ପେଶାଲ ଏନକ୍ଲୋଜର, ନ୍ୟୁ ପାଭେଲିୟନ ଏବଂ ଏସି ବକ୍ସ ପାଇଁ ବିକ୍ରି କରାଯିବ ଟିକେଟ ।

ନିଜର ପରିଚୟ ପ୍ରମାଣପତ୍ର ଦେଖାଇ ଫୋନ୍ ନମ୍ବର ଓ ଇମେଲ ଆଇଡ଼ି ଦେଇ ବୁକ କରିହେବ ଟିକେଟ୍। ଜଣେ ବ୍ୟକ୍ତି କେବଳ ଦୁଇଟି ଟିକେଟ ବୁକିଂ କରିପାରିବେ । ଏଥିସହ ୯ ତାରିଖରୁ ବାରବାଟୀ ଷ୍ଟାଡିୟମର ଟିକେଟ୍ କାଉଣ୍ଟରରେ ଅଫଲାଇନରେ ଟିକେଟ ମିଳିବ ।

ବାରବାଟୀରେ ଆସନ୍ତା ଜୁନ୍ ୧୨ ତାରିଖରେ ଖେଳାଯିବ ଭାରତ-ଦକ୍ଷିଣ ଆଫ୍ରିକା ଟି-20 ମ୍ୟାଚ୍। ମ୍ୟାଚ୍ ପାଇଁ ଓସିଏ ପକ୍ଷରୁ ଜୋରସୋରରେ ପ୍ରସ୍ତୁତି ଚାଲିଛି । ଷ୍ଟାଡିୟମକୁ ନୂଆ ରୂପରେ ସଜାଯାଉଛି । ଏଥିସହ ଲାଇଟ୍ ସବୁ ଟେଷ୍ଟିଂ କରାଯାଇଛି ।

Leave a Reply

Your email address will not be published. Required fields are marked *