ଆଜି ମାଘ-କୃଷ୍ଣ ଚତୁର୍ଥୀ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକଲାଗି ନୀତ, ଅପରାହ୍ନ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ: ଆଜି ମାଘ-କୃଷ୍ଣ ଚତୁର୍ଥୀ। ଶ୍ରୀମନ୍ଦିରରେ ଆଜି ଶ୍ରୀଜିଉଙ୍କ ବନକଲାଗି ନୀତ ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଅପରାହ୍ନ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଦ୍ଵିତୀୟ ଭୋଗମଣ୍ଡପ ଉଠିବା ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ।

ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯାଇଥିବା ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ୪ ଘଣ୍ଟା ଦର୍ଶନ ବନ୍ଦ ରହିବ। ବନକଲାଗି ନୀତି ପରେ ଠାକୁରଙ୍କୁ ମହାସ୍ନାନ କରାଯିବା ପରେ ପୁନର୍ବାର ଦର୍ଶନ ଆରମ୍ଭ ହେବ।

Leave a Reply

Your email address will not be published. Required fields are marked *