ଗଞ୍ଜାମ ଜିଲ୍ଲା ଗାଙ୍ଗପୁର ଥାନା ଇନ୍ଦନପୁରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ; ୩ ମୃତ, ଜଣେ ଗୁରୁତର

ଭଞ୍ଜନଗର : ଗଞ୍ଜାମ ଜିଲ୍ଲା ଗାଙ୍ଗପୁର ଥାନା ଅନ୍ତର୍ଗତ ଇନ୍ଦନପୁରରେ ଆଜି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍‌ ଉପରେ ଭ୍ୟାନ୍ ମାଡ଼ିଯିବାରୁ ୩ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି । ମୃତ ବ୍ୟକ୍ତିମାନେ ସମ୍ପର୍କରେ ବାପ ଓ ଦୁଇ ଝିଅ ହୋଇଥିବା ଜଣାଯାଇଛି । ନାତିକୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।

ବାପା ବାଇକ୍‌ରେ ଦୁଇ ଝିଅ ଓ ନାତିକୁ ଧରି ମୁନିଗାଡ଼ିରୁ ଗାଙ୍ଗପୁର ଅଭିମୁଖେ ଯାଉଥିଲେ । ଏହି ସମୟରେ ଇନ୍ଦନପୁର ନିକଟରେ ଦୁର୍ଘଟଣା ଘଟିଥିଲା। ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି। ସ୍ଥାନୀୟ ଲୋକେ ରାସ୍ତା ଅବରୋଧ କରିଛନ୍ତି ।

Leave a Reply

Your email address will not be published. Required fields are marked *