ପଶ୍ଚିମା ଝଡ ପ୍ରଭାବରେ ରାଜ୍ୟରେ ୧୫ ତାରିଖରୁ ପ୍ରବଳ ପବନ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର: ରାଜ୍ୟରେ ପୁଣି ପଶ୍ଚିମା ଝଡର ପ୍ରଭାବ । ଆସନ୍ତା ୧୫ ତାରିଖରୁ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା । କେନ୍ଦୁଝର, ମୟୂରଭଞ୍ଜ, କେନ୍ଦ୍ରାପଡ଼ା, କୋରାପୁଟ, ରାୟଗଡ଼ା,ବାଲେଶ୍ବର, ଯାଜପୁର, ଭଦ୍ରକ, ଢେଙ୍କାନାଳ, ଗଜପତି ଓ କନ୍ଧମାଳ ଜିଲ୍ଲାରେ ପ୍ରବଳ ପବନ ସହ ବର୍ଷା ହେବ । ଏ ନଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ୧୬ ଏବଂ ୧୭ ତାରିଖରେ ସାରା ରାଜ୍ୟରେ ବର୍ଷା ହେବ ।

୧୬ ତାରିଖରେ ରାଜ୍ୟର ୧୩ଟି ଜିଲ୍ଲା ଏବଂ ୧୭ ତାରିଖରେ ୧୨ ଟି ଜିଲ୍ଲାରେ ବର୍ଷା ସମ୍ଭାବନା ରହିଥିବାରୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ସାରା ରାଜ୍ୟରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି । ୧୬ ତାରିଖ ପରଠାରୁ ରାଜ୍ୟରେ ତାପମାତ୍ରା ସାମାନ୍ୟ କମିବାର ସମ୍ଭାବନା ରହିଛି ।

Leave a Reply

Your email address will not be published. Required fields are marked *