ଆଜି ଠାରୁ ୩୦ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପୁଣି ବଢ଼ିବ ଶୀତ

ଭୁବନେଶ୍ୱର : ଆଜିଠୁ ୩୦ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପୁଣି ବଢ଼ିବ ଶୀତ। ୩ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ଖସିବ ରାତିର ତାପମାତ୍ରା। ବିଶେଷ କରି ପଶ୍ଚିମ ଓଡ଼ିଶାରେ ଅଧିକ ଶୀତ ଅନୁଭୂତ ହେବ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶକ ଡକ୍ଟର ଏଚ୍‌.ଆର୍‌. ବିଶ୍ୱାସ ଏହି ସୂଚନା ଦେଇଛନ୍ତି।

ସେ କହିଛନ୍ତି, ୨୮ ତାରିଖ ରାତିରେ ବଲାଙ୍ଗିର, ସୋନପୁର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲ୍ଲାରେ ଅଧିକ ଶୀତ ଅନୁଭୂତ ହେବାର ସମ୍ଭାବନା ରହିଛି। ସେହିପରି ୨୯ ଓ ୩୦ ତାରିଖ ରାତିରେ ବଲାଙ୍ଗିର, ସୋନପୁର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ସମ୍ବଲପୁର କଳାହାଣ୍ଡି, ଦେବଗଡ଼ ଓ ଅନୁଗୋଳ ଜିଲ୍ଲାରେ ଅଧିକ ଶୀତ ଅନୁଭୂତ ହୋଇପାରେ। ୩୦ ତାରିଖ ପରେ ତାପମାତ୍ରାରେ ବିଶେଷ କିଛି ପରିବର୍ତ୍ତନ ହେବନି। ତେବେ ତାପମାତ୍ରା ଟିକେ ବଢ଼ିପାରେ।

ରାଜଧାନୀ ଭୁବନେଶ୍ୱରରେ ପାଗ ମୁଖ୍ୟତଃ ଶୁଖିଲା ରହିବ। ଆଜି ଓ ଆସନ୍ତାକାଲି ଏଠାରେ ତାପମାତ୍ରା ମଧ୍ୟ ହ୍ରାସ ପାଇବ। ଆଜି ଭୁବନେଶ୍ୱରରେ ସର୍ବନିମ୍ନ ତାପମାତ୍ରା ୧୩ ଡିଗ୍ରୀ ପାଖାପାଖି ରହିପାରେ। ସେହିପରି ଏବେ ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ଶୁଖିଲା ରହିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଶ୍ରୀ ବିଶ୍ୱାସ କହିଛନ୍ତି।

Leave a Reply

Your email address will not be published. Required fields are marked *